www.samajalive.in
Sunday, December 14, 2025
26.1 C
Bhubaneswar

ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଗୁଡ଼ିକୁ ଅଧିକ ସ୍ୱାୟତ୍ତତା ପ୍ରଦାନ କରିବ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ (ଏଚଇସିଆଇ) ଗଠନ କରିବା ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ।

ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦ରେ ଏହି ଗୁରୁତ୍ୱପୂର୍ଣ୍ଣ ସୁପାରିଶ ଆମ ଶିକ୍ଷା ବ୍ୟବସ୍ଥାର ଅନେକ ପଦକ୍ଷେପ ମଧ୍ୟରୁ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଗୁଡ଼ିକୁ ଅଧିକ ସ୍ୱାୟତ୍ତତା ପ୍ରଦାନ କରିବ। ଏହାସହ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବିଶ୍ୱମାନର ଏକାଡ଼େମିକ୍ ପ୍ରଦାନ କରିବ। ଶିକ୍ଷାନିଷ୍ଠାନର ପ୍ରଶାସନ ଉପରେ ଦୃଷ୍ଟି ଦେବା ସହ ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ମାର୍ଗଦର୍ଶକ ସାଜିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories