www.samajalive.in
Sunday, December 14, 2025
23.1 C
Bhubaneswar

ଆଜିଠୁ ‘ଅସାନି’ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠୁ ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଳା ଗୁଡ଼କରେ ଆଜି ସଂଧ୍ୟାରୁ ୧୨ ତାରିଖ ସକାଳ ଯାଏ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ବିଭାଗର କହିବା ଅନୁଯାୟୀ ଆଜି ରାଜ୍ୟର ୩ ଜିଲ୍ଲାରେ ବର୍ଷା ହେବ । ଗଞ୍ଜାମ, ଗଜପତି, ଓ ପୁରୀ ଜିଲ୍ଲାରେ ସଂଧ୍ୟାରୁ ‘ଅସାନି’ ପ୍ରଭାବରେ ବର୍ଷା ହେବା ନେଇ କୁହାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ୫ ଜିଲ୍ଲାରେ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ଆସନ୍ତାକାଲି ବର୍ଷା ହେବ ।

ହେଲେ କୌଣସି ଜିଲ୍ଳାରେ ପବନ ହେବାନେଇ କୁହାଯାଇନାହିଁ । ବର୍ତ୍ତମାନ ବତ୍ୟା ‘ଅସାନି’ ୫କିମି ବେଗରେ ଗତିକରୁଛି । ଗୋପଳପୁର ଠାରୁ ୫୧୦ କିଲୋମିଟରରେ ରହିଛି । ଏଥିଲାଗି ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଥିବା ବେଳେ ଗୋପାଳପୁର ବନ୍ଦର ପାଇଁ ୩ ନମ୍ବର ବିପଦ ସଂକେତ ଜାରି କରିଛି ପାଣିପାଗ ବିଭାଗ । ଏଥି ସହିତ ଧାମରା, ଚନ୍ଦବାଲି ଏବଂ ପାରାଦ୍ୱୀପ ବନ୍ଦର ପାଇଁ ୨ ନମ୍ବର ବିପଦ ସଂକେତ ମଧ୍ୟ ଜାରି ହୋଇଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories