www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଜିଲ୍ଲା ଓ ଷ୍ଟେଟପୁଲରୁ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଓ ବାଲେଶ୍ୱରରୁ ୨ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟପୁଲ, କଟକ, କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି । ଦିଆଯାଇଥିବା ତଥ୍ୟ ଅନୁସାରେ ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୭ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ମାମଲା ୧୬୬କୁ ବୃଦ୍ଧି ପାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories