www.samajalive.in
Saturday, December 13, 2025
23.1 C
Bhubaneswar

ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ; ସୁସ୍ଥ ହେଲେ ୫୨ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୦ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୭ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୧୭ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୪ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୬ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ୭ଜଣ ଓ ଗଜପତିରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୨ ଓ ନୟାଗଡ଼ରୁ ଜଣେ କରୋନା ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୫୨ଜଣ ଆକ୍ରାନ୍ତ । ଆଜିର ସଂକ୍ରମଣ ତୁଳନାରେ ସୁସ୍ଥତାହାର ବୃଦ୍ଧି ପାଇଥିବାରୁ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ଘଟିଛି । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୧୩୧ ରହିଛି  ।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories