www.samajalive.in
Wednesday, December 10, 2025
14.1 C
Bhubaneswar

୧୩ରୁ ପାଗରେ ପରିବର୍ତ୍ତନ

ଭୁବନେଶ୍ୱର: ବାତ୍ୟା ‘ଅସାନି’କୁ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି । ଆସନ୍ତାକାଲି ଯାଏ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତାହା ସହ ସେ କହିଛନ୍ତି ବାତ୍ୟା ‘ଅସାନି’ ଦୁର୍ବଳ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ । କାଲି ରାତି ଯାଏ ସମୁଦ୍ର ଅଶାନ୍ତ ରହିବ । ରାଜ୍ୟରେ ୧୩ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ଉମାଶଙ୍କର ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି । ଏଥିସହିତ ଗୋପାଳପୁର ବନ୍ଦର ପାଇଁ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଥିବା ବେଳେ ଚାନ୍ଦବାଲି, ପୁରୀ, ଓ ପାରଦୀପ ପାଇଁ ୨ ନଂ ବିପଦ ସଂକେତ ଦିଆଯାଇଛି । ରାଜ୍ୟରେ ‘ଅସାନି’ ପ୍ରଭାବରେ ୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ରାୟଗଡ଼, ଗଞ୍ଜାମ, ଗଜପତିରେ ବର୍ଷା ହୋଇପାରେ। ବାତ୍ୟା ଦୁର୍ବଳ ହୋଇଥିବାରୁ ବିଶେଷ ପ୍ରଭାବ ରହିବ ନାହିଁ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories