www.samajalive.in
Tuesday, December 9, 2025
26.1 C
Bhubaneswar

ଅବକାରୀ ବିଭାଗର ଚଢାଉ ; ଚୋରା ମଦ ସହ ୩ ଗିରଫ

ପାଟଣା :  କେନ୍ଦୁଝର ଜିଲ୍ଲା ପାଟଣା ଅବକାରୀ ବିଭାଗ ପକ୍ଷରୁ ଆଜି ତୁରୁମୁଙ୍ଗା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୪୦ ଲିଟର ଚୋରା ମହୁଲି ମଦ ଜବତ କରାଯିବା ସହ ୩ ଜଣ ଙ୍କୁ ଗିରଫ କରାଯାଇଛି । ଚଢାଉ ସମୟରେ ଭଗପଶି ଗ୍ରାମର ମାଳତୀ ମୁଣ୍ଡା ଙ୍କ ଠାରୁ ୧୦ ଲିଟର, ନେଉଳିପଶି ଗ୍ରାମର ଅନିତା ମୁଣ୍ଡା ଙ୍କ ଠାରୁ ୧୫ ଲିଟର ଓ ତ୍ରିବିନ୍ଧା ଗ୍ରାମର ସୁଲ ନାଏକ ଙ୍କ ଠାରୁ ୧୫ ଲିଟର ମହୁଲି ମଦ ଜବତ କରାଯାଇଛି । ସମସ୍ତ ୩ ଜଣଙ୍କୁ ବେଆଇନ ମଦ କାରବାର ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ । ଏହି ଚଢାଉରେ ପାଟଣା ଅବକାରୀ ଥାନା ଅଧିକାରୀ ଜନାର୍ଦ୍ଦନ ପଲେଇ, ଏଏସ୍ଆଇ ରଙ୍ଗାଧର ପାତ୍ର, କନେଷ୍ଟବଳ ସମିର କୁମାର ମିଶ୍ର ଓ ଆରତୀ ବେହେରା ସାମିଲ ଥିଲେ ।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories