www.samajalive.in
Saturday, December 13, 2025
21.1 C
Bhubaneswar

ବସ୍ ସହ ଟ୍ରକ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଶ୍ରୀୟା ନାମକ ଏକ ଯାତ୍ରୀବାହୀ ବସ୍ କେନ୍ଦୁଝରରୁ ରାଇରଙ୍ଗପୁର ଯାଉଥିବା ସମୟରେ ନିହ୍ନୁଆଁ ଛକ ନିକଟରେ ରାସ୍ତାର ଅପର ପାର୍ଶ୍ଵରୁ କେନ୍ଦୁଝର ଗାମୀ ଏକ ଟ୍ରକ ଡିଭାଇଡର ଡେଇଁ ବସକୁ ସହ ମୁହାଁମୁହିଁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ କରୁଛି। ତେବେ ସୌଭାଗ୍ୟ କ୍ରମେ ବସରେ ଥିବା ୪୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବସର କଣ୍ଡକ୍ଟର ଓ ଟ୍ରକ ଚାଳକ ଆହତ ହୋଇଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories