www.samajalive.in
Saturday, December 13, 2025
18.1 C
Bhubaneswar

ରାଜଧାନୀରେ ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଲୁଟ୍‌ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀରେ ପୁଣି ମାତିଲେ ଲୁଟେରା । ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଚେନ୍‌ ଲୁଟ୍‌ କରିଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ ନବରଙ୍ଗପୁରରୁ ଭୁବନେଶ୍ୱରକୁ ଆସିଥିବା ଦମ୍ପତିଙ୍କଠାରୁ ଲୁଟ୍‌ ହୋଇଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ଏହି ଲୁଟ୍‌ କରିଥିବା କହିଛନ୍ତି ଦମ୍ପତି । ସ୍ୱାମୀ ଓ ପତ୍ନୀ ଦୁଇଜଣ ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଆସିଥିଲେ । ଚିକିତ୍ସା ସାରି ଫେରିବା ସମୟରେ ଲୁଟୋରା ମାନେ ସେମାନଙ୍କ ଠାରୁ ଲୁଟ୍‌ କରିଛନ୍ତି । ଲୁଟ୍‌ ସମୟରେ ମହିଳା ଜଣକ ପ୍ରତିବାଦ କରିବାରୁ ତାଙ୍କୁ ଘୋଷାଡ଼ି ଘୋଷାଡ଼ି ନେଇଥିଲେ ଦୁର୍ବୃତ୍ତ । ପରେ ଏନେଇ ଥାନାରେ ଅଭିଯୋଗ ହେବାପରେ ଘଟଣାସ୍ଥଳରେ ନୟାପଲ୍ଲୀ ପୁଲିସ ଓ ସ୍ପେଶାଲ ସ୍କ୍ୱାଡ୍‌ତଦନ୍ତ ଆରମ୍ଭ କରିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories