www.samajalive.in
Wednesday, December 10, 2025
16.1 C
Bhubaneswar

ବନକର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଭୁବନେଶ୍ୱର ବନଖଣ୍ଡ ଅଧିକାରୀଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ବନକର୍ମଚାରୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ କରୋନା ସମୟରେ ବନକର୍ମଚାରୀଙ୍କ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ନବୀନ କହିଛନ୍ତି ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ୩୩.୫୦% ଜଙ୍ଗଲ ବୃଦ୍ଧି ଘଟିଛି । ଜାତୀୟ ସ୍ଥରରେ ଆମ ରାଜ୍ୟ ଓଡ଼ିଶା ତୃତୀୟ ସ୍ଥାନ ହାସଲ କରିଛି । ଏହି କ୍ଷେତ୍ରରେ ବିଶ୍ୱରେ ଆମକୁ ନୂଆ ପରିଚୟ ମିଳିଛି ।

ଓଡ଼ିଶା ଜଙ୍ଗଲ ସମ୍ପଦ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ପାଲଟିଛି । ତାହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି କହିଛନ୍ତି କି ଏହି ଜଙ୍ଗଲ ଯୋଜନା ଯୋଗୁ ୨୦ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏହି କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଯୋଡିବା ପାଇଁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ୫ଟି ଅଧିନରେ ବୃକ୍ଷରୋପଣ କାର୍ଯ୍ୟ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।

- Advertisement -

ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ବନ କର୍ମଚାରୀଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହ ତାଙ୍କ ଏହି କାର୍ଯ୍ୟ ଯୋଗୁ ସଫଳତା ମିଳିଥିବା କହିଛନ୍ତି । ବନ କର୍ମଚାରୀଙ୍କ ସଚେତନତା ଯୋଗୁ ଏପରି ସମ୍ଭବ ହୋଇପାରିଛି । ପୂର୍ବ ପରି ଜଙ୍ଗଲରେ ନିଆଁ ଲାଗିବା ୫୦ ପ୍ରତିଶତ କମିଛି । ଜଙ୍ଗଲର ସୁରକ୍ଷା ସହ ଜୀବଜନ୍ତୁଙ୍କ ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । ହାତୀଙ୍କ ସୁରକ୍ଷା ପାଇଁ ଲୋକଙ୍କୁ ସଚେତନ କରିବାକୁ ଗଜସାଥୀ ନିୟୋଜିତ କରାଯାଇଛି । କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଧ୍ୟ ତାଙ୍କର ବିବୃତି ରଖିଛନ୍ତି । ସେ କହିଛନ୍ତି ଏହି ଦିଗ​‌ରେ ସାଧାରଣ ଲୋକଙ୍କ ସାହାୟତା ମଧ୍ୟ ଆବଶ୍ୟକ ରହିଛି ।୨୦୨୧-୨୨ରେ ୭୦ ହଜାର ୨୧୬ ପର୍ଯ୍ୟଟକ ଆସିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories