www.samajalive.in
Friday, December 12, 2025
19.1 C
Bhubaneswar

ଓଲଟିଲା କନ୍ୟାଯାତ୍ରୀ ଗାଡ଼ି: ଜଣେ ମୃତ, ୭ ଗୁରୁତର

ଗଞ୍ଜାମ : ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ପୂର୍ବାହ୍ନରେ ଏକ କନ୍ୟା ଯାତ୍ରୀ ଗାଡ଼ି ଓଲଟି ପଡିଛି। ଫଳରେ ଗାଡ଼ି ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଡ଼ିରେ ବସିଥିବା ୭ ଜଣ କନ୍ୟାଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ହୁମା, ଛତ୍ରପୁର, ବ୍ରହ୍ମପୁର ମେଡିକାଲକୁ ପଠାଯାଇଥିବା ବେଳେ ହୁମା ମେଡିକାଲରେ ଡାକ୍ତର ନଥିବା ଯୋଗୁଁ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଯାହାକୁ ନେଇ ସ୍ଥାନୀୟ ସମିତି ସଭ୍ୟ ଧ୍ରୁବ ପଲାଇ କ୍ଷୋଭ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ମର୍ଦ୍ଧରାଜପୁର ଗ୍ରାମରୁ ଏକ ପିକଅପ ଭ୍ୟାନ୍‌ କନ୍ୟାଯାତ୍ରୀ ଓ ସାମଗ୍ରୀ ନେଇ ଛତ୍ରପୁର ଅଭିମୁଖେ ଆସୁଥିବା ବେଳେ ହୁମ୍ମା ନିକଟରେ ଗାଡ଼ିର ଆଗ ଚକା ଟାୟାର ଫାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପାଇ ହାଇୱେ ପାଟ୍ରୋଲିଙ୍ଗ ଗାଡି ଏବଂ ପୁଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିଟିକୁ ଜବତ କରିବା ସହିତ ଗୁରୁତର ଆହତଙ୍କୁ ଉଦ୍ଧାର କରି ପ୍ରଥମେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଉପସ୍ଥିତ ଥିବା ଡାକ୍ତର ଗାଡ଼ି ଚାଳକ ଶିବଙ୍କୁ ମୃତ ଘୋଷଣା କରିଥିଲେ। ଏହାସହ ଆହତମାନଙ୍କ ଅବସ୍ଥା ସଂକଟାପର୍ଣ୍ଣ ରହିଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

- Advertisement -

ସୂଚନାଯୋଗ୍ୟ ଯେ, ଦୁର୍ଘଟଣାରେ କିଛି ଆହତ ବ୍ୟକ୍ତିଙ୍କୁ ପ୍ରଥମେ ନିକଟସ୍ଥ ହୁମ୍ମା ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର କିମ୍ବା ଫାର୍ମାସିଷ୍ଟ ନଥିବା ଜଣାପଡିଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories