www.samajalive.in
Sunday, December 14, 2025
19.1 C
Bhubaneswar

ଜବାହର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ପାଳନ

ବୌଦ୍ଧ: ବୌଦ୍ଧ ଜବାହର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଉତ୍ସବରେ ମୁଖ୍ୟଅତିଥି ଭାବରେ ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ଜଲି ଟମିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବଣ୍ଟନ କରି ଉତ୍ସାହିତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଜଲି ଟମି ଛାତ୍ରଛାତ୍ରୀମାନେ ବର୍ଷ ତମାମ ପାନୀୟଜଳ ସଙ୍କଟରେ ରହୁଥିବାରୁ ମହାନଦୀରୁ ପାନୀୟଜଳ ଯେଗାଇ ଦେବା ସହିତ ବାରମ୍ବାର ହେଉଥିବା ବିଦ୍ୟୁତ କାଟର ସମାଧାନ କରିବାକୁ ମଧ୍ୟ ମୁଖ୍ୟଅତିଥି ଶ୍ରୀ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ଏ ଦିଗରେ ଜିଲା ପ୍ରଶାସନ ଓ ବିଧାୟକଙ୍କ ସହିତ ଆଲୋଚନା କରି ଆବଶ୍ୟକୀୟ ପଦକ୍ଷେପ ନେବାକୁ ଶ୍ରୀମିଶ୍ର ପ୍ରତିଶୃତି ଦେବା ସହିତ ଛାତ୍ରଛାତ୍ରୀମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ। ଉତ୍ସବରେ ଅନ୍ୟତମ ଅତିଥି ଭାବରେ ମୁଣ୍ଡାପଡ଼ା ସରପଞ୍ଚ ବିଦ୍ୟାଧର ସ୍ୱାଇଁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ବିବେକ କୁମାର ଓ ଆଲୋକ ରଞ୍ଜନ ମଞ୍ଚ ପରିଚାଳନା କରିଥିବା ବେଳେ ଉପପ୍ରାଚାର୍ଯ୍ୟ ସୁରେଶ କୁମାର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories