www.samajalive.in
Sunday, December 14, 2025
16.1 C
Bhubaneswar

କାଶ୍ମୀର ପଣ୍ଡିତଙ୍କୁ ଆତଙ୍କବାଦୀ ହତ୍ୟା ଘଟଣା, ଶ୍ରୀନଗରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ- ପୁଲିସର ଲାଠି ଚାର୍ଜ ଲୁହବୁହା ଗ୍ୟାସ ପ୍ରୟୋଗ

ଶ୍ରୀନଗର – କାଶ୍ମୀରରେ ଆତଙ୍କବାଦୀମାନେ ଜଣେ କାଶ୍ମୀର ପଣ୍ଡିତଙ୍କୁ ହତ୍ୟା କରିବା ପରେ ଶ୍ରୀନଗର ସହ କେନ୍ଦ୍ର ଶାସିତ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।ସରକାରୀ କାର୍ଯ୍ୟାଳୟ ଭିତରେ ପଶି କାଶ୍ମୀର ପଣ୍ଡିତ ରାହୁଲ୍‌ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ ।

ରାହୁଲ୍‌ଙ୍କ ହତ୍ୟା ପରେ ଜାମ୍ମୁ-କାଶ୍ମୀରରେ ବିଭିନ୍ନ ସ୍ଥାନରେ ଏବେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ହିଂସ୍ର ରୂପ ନେବାପରେ ପୁଲିସ୍‌ ପକ୍ଷରୁ ଲାଠି ଚାର୍ଜ ସହ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଛି । ଆତଙ୍କବାଦୀମାନେ ଜାମ୍ମୁ-କାଶ୍ମୀର ପୁଲିସର ଜଣେ ଯବାନଙ୍କୁ ତାଙ୍କ ଘର ନିକଟରେ ଗୁଳି କରି ହତ୍ୟା କରିଛନ୍ତି ।

- Advertisement -

ହତ୍ୟାର ଶିକାର ହୋଇଥିବା କାଶ୍ମୀର ପଣ୍ଡିତଙ୍କ ପରିବାର ଲୋକ ମୃତକ ରାହୁଲ୍‌ଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ପ୍ରଦାନ ଏବଂ ତାଙ୍କ ପିଲାମାନଙ୍କୁ ମାଗଣାରେ ଶିକ୍ଷା ପ୍ରଦାନ ପାଇଁ ଦାବି କରିଛନ୍ତି । ବିମାନବନ୍ଦର ଆଡକୁ ଅଗ୍ରସର ହେବା ସମୟରେ ପୁଲିସ ଲାଠିଚାର୍ଜକ ରିବା ସହ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲା ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories