www.samajalive.in
Saturday, December 13, 2025
26.1 C
Bhubaneswar

ଶିଳ୍ପ ଅନୁନ୍ନତ ଜିଲାରେ ଅଧିକ ଏମ୍‌ଏସ୍‌ଏମ୍‌ଇ ଶିଳ୍ପ ପ୍ରତିଷ୍ଠା ଉପରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ସହ ରାଜ୍ୟର ସାମାଜିକ ଓ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଶିଳ୍ପର ପ୍ରମୁଖ ଭୂମିକା ରହିଛି। ବୃହତ୍‌ଶିଳ୍ପ ପାଇଁ ଜମି ଅଧିଗ୍ରହଣଠାରୁ ଆରମ୍ଭ କରି ଅନେକ ସମସ୍ୟା ଦେଖା ଦେଉଥିବାବେଳେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପ୍ରତିଷ୍ଠା ଅପେକ୍ଷାକୃତ ସହଜ ଓ ସରଳ। ଏହି ଶିଳ୍ପ ଅନେକ ଯୁବକଯୁବତୀଙ୍କୁ ନିଯୁକ୍ତି ପ୍ରଦାନ ସହ ସେମାନଙ୍କୁ ନିଜ ଅଞ୍ଚଳରେ ଆତ୍ମନିର୍ଭର ହେବାର ବାଟ ଦେଖାଇବ । ତେଣୁ ଶିଳ୍ପ ଅନୁନ୍ନତ ଜିଲାଗୁଡ଼ିକରେ ଅଧିକରୁ ଅଧିକ ଏମ୍‌ଏସ୍‌ଏମ୍‌ଇ ଶିଳ୍ପ ପ୍ରତିଷ୍ଠା କରି ଲୋକଙ୍କୁ ଆତ୍ମନିର୍ଭରଶୀଳ କରାଇବା ଉପରେ ଶିଳ୍ପ, ଶକ୍ତି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ (ରାଷ୍ଟ୍ର) ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମତବ୍ୟକ୍ତ କରିଛନ୍ତି ।

ବିଭାଗ ପକ୍ଷରୁ ଭର୍ଚୁଆଲ ଯୋଗେ ଅନୁଷ୍ଠିତ ୫-‘ଟି’ ବୈଠକରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ମିଶ୍ର କହିଥିଲେ ଯେ ଏବେ ହୋଇଥିବା ପ୍ରତ୍ୟେକ ଯୋଜନାର ସୁଫଳ ଯେପରି ସାଧାରଣ ଲୋକେ ପାଇପାରିବେ ତାହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରଙ୍କ ପ୍ରଧାନ ଆଭିମୁଖ୍ୟ । ତେଣୁ ଲୋକଙ୍କ ଆସ୍ଥାଭାଜନ ହେବା ଭଳି ଯୋଜନା ପ୍ରଣୟନ ସହ ବିଭିନ୍ନ ବିଭାଗ ସହିତ ଯୋଗସୂତ୍ରରେ ରହି ରାଜ୍ୟରେ ଅଧିକ ଏମ୍‌ଏସ୍‌ଏମ୍‌ଇ ଶିଳ୍ପ ପ୍ରତିଷ୍ଠା ପାଇଁ ନୂଆ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ପାଇଁ ଏକ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତି ନେଇ ମନ୍ତ୍ରୀ ବିଭାଗୀୟ ଅଧୀକାରୀଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ‘ମୋ ସରକାର’ରେ କିପରି ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇ ଦିଆଯିବ ସେଥିନେଇ ସମସ୍ତ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଶ୍ରୀ ମିଶ୍ର ମତବ୍ୟକ୍ତ କରିଥିଲେ। ଏହି ବୈଠକରେ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରାଙ୍କ ସମେତ ଅତିରିକ୍ତ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories