www.samajalive.in
Saturday, December 13, 2025
26.1 C
Bhubaneswar

ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ୨୦୨୩ରେ ଖେଳା ଯିବାକୁ ଥିବା ପୁରୁଷ ବିଶ୍ୱକପ ହକି ଲାଗି ସମୀକ୍ଷା ବୈଠକ କରିଛନ୍ତି । ବିଭିନ୍ନ ବିଭାଗର ଅଧିକାରୀଙ୍କ ସହିତ ହକି ଷ୍ଟାଡିୟମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ସମୀକ୍ଷା କରିବା ପରେ ଗଣାମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ଯେ, ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ବିଶ୍ଵକପ ହକି ଖେଳାଯିବ। ଏଥିପାଇଁ ରାଉରକେଲାଠାରେ ଦେଶର ସର୍ବ ବୃହତ୍ ହକି ଷ୍ଟାଡିୟମ ନିର୍ମାଣ କରାଯାଉଛି। ଏଠାରେ ୨୦ ହଜାର ଦର୍ଶକ ଏକାସାଙ୍ଗରେ ବସି ଖେଳ ଉପଭୋଗ କରିପାରିବେ। ଏହି ଷ୍ଟାଡିୟମ ନିର୍ମାଣ କାମର ନିୟମିତ ଅଗ୍ରଗତି ସମୀକ୍ଷା କରାଯାଉଛି। ଷ୍ଟାଡିୟମକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକର ମଧ୍ୟ ଉନ୍ନତିକରଣ କରାଯାଉଛି । ଖୁବଶୀଘ୍ର ମୁଖ୍ୟ ଷ୍ଟାଡିୟମର ଗ୍ୟାଲେରୀ ଏବଂ ଖେଳାଳିମାନଙ୍କ ଅଭ୍ୟାସ ପାଇଁ ଥିବା ପଡ଼ିଆ ପ୍ରସ୍ତୁତ ହୋଇଯିବ। ସେଠାରେ ବିଶ୍ୱକପ ପୂର୍ବରୁ ଅଭ୍ୟାସ ମ୍ୟାଚଗୁଡ଼ିକ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି। ବିପିୟୁଟି କ୍ୟାମ୍ପସରେ ଖେଳାଳିମାନଙ୍କ ରହିବା ପାଇଁ ବିଶେଷ ବ୍ୟବସ୍ଥା କରାଯାଉଛି।

- Advertisement -

ପୁରୁଷ ବିଶ୍ଵକପ ହକିକୁ ଦୃଷ୍ଟିରେ ରଖି ସ୍ମାର୍ଟ ସିଟି ରାଉରକେଲାରେ ଅନେକ ଉନ୍ନୟନମୂଳକ କାମ ଚାଲିଛି। ବିଶେଷକରି ପାର୍କଗୁଡ଼ିକର ବିକାଶ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ କାମ କରାଯାଉଛି। ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସାରିବା ପାଇଁ ମୁଖ୍ୟ ଶାସନ ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ରାଉରକେଲା ବିମାନ ବନ୍ଦରରେ ମଧ୍ୟ ବିଭିନ୍ନ ପ୍ରକାରର ଭିତ୍ତିଭୂମି ନିର୍ମାଣ କାମ ଚାଲିଛି। ଅକ୍ଟୋବର ସୁଦ୍ଧା ନିର୍ମାଣ କାମ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଛନ୍ତି । ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ବିମାନ ଚଳାଚଳ କରିପାରିବ। ପୁରୁଷ ବିଶ୍ୱକପ ହକି ବେଳେ ଖେଳାଳିମାନେ ବିମାନ ଯୋଗେ ରାଉରକେଲାରେ ପହଞ୍ଚି ପାରିବେ।

ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ବ୍ରାହ୍ମଣୀ ନଦୀରେ ଚାଲିଥିବା ଦ୍ଵିତୀୟ ସେତୁ ନିର୍ମାଣ ଓ ଆପ୍ରୋଚ ରୋଡର ମଧ୍ୟ ସମୀକ୍ଷା କରିଥିଲେ। ଜୁନ୍ ଶେଷ ସୁଦ୍ଧା ଆପ୍ରୋଚ ରୋଡ କାମ ସାରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ଵାରା ବ୍ରାହ୍ମଣୀ ପୋଲ ଉପରେ ଯେଉଁ ଟ୍ରାଫିକ ସମସ୍ୟା ଦେଖାଯାଉଥିଲା ତାହା ଦୂର ହୋଇପାରିବ ବୋଲି ସେ କହିଥିଲେ।

ଏହି ସମୀକ୍ଷା ବୈଠକରେ ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଏସପି ମୁକେଶ କୁମାର ଭାମୁ, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକର, ରାଉରକେଲା ମହାନଗର ନିଗମର ଡେପୁଟି କମିଶନର ସୁଧାଂଶୁ କୁମାର ଭୋଇ, ରାଉରକେଲା ତହସିଲଦାର ଚନ୍ଦ୍ରକାନ୍ତ ମଲ୍ଲିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories