www.samajalive.in
Thursday, December 11, 2025
16.1 C
Bhubaneswar

ପୋଖରୀରୁ ମୃତଦେହ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ କେନ୍ଦେଇପଶି ପଞ୍ଚାୟତ ମହିଁଷାମଣ୍ଡି ଗାଁ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଗ୍ରାମର ଲମ୍ବୋଦର ନାଏକ (୪୬) ବୋଲି ଜଣାପଡିଛି । ସେ ଗତକାଲି ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇ ଆଉ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ବିଳମ୍ବିତ ରାତିରେ ତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖିବାକୁ ପାଇଥିଲେ । ଏନେଇ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦିଆଯିବା ପରେ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ପୋଖରୀ ଭିତରୁ ମୃତଦେହ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ଏନେଇ ଆଜି ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ପାଟଣାରେ ପୁଲିସ ଶବ ବ୍ୟବଚ୍ଛେଦ କରାଇ ତାଙ୍କ ପରିବାରକୁ ହସ୍ତାନ୍ତର କରିଛି ।

 

- Advertisement -

 

 

 

 

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories