www.samajalive.in
Saturday, December 13, 2025
26.1 C
Bhubaneswar

ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଯୁବକ

ଛତ୍ରପୁର: ଗଞ୍ଜାମ ଏସପି ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ। ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଯୁବକ। ନିଆଁ ଲଗାଇବା ପରେ ହୁତହୁତ ହୋଇ ଜଳିଲେ ଯୁବକ। ସମ୍ପୃକ୍ତ ଯୁବକ ଛତ୍ରପୁର ବୋରିଗାଁର ବାଦଲ ସାହୁ ହୋଇଥିବା ସୂଚନା। ଗୁରୁତର ଅବସ୍ଥାରେ ବାଦଲଙ୍କୁ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ କାହିଁକି ଓ କେଉଁ କାରଣରୁ ବାଦଲ ନିଜ ଦେହରେ ନିଆଁ ଲଗାଇଲେ ତାହାର କାରଣ ଅସ୍ପଷ୍ଟ ରହିଛି।

ମିଳିଥିବା ସୂଚନା ଅନୁଯାୟୀ ଗଞ୍ଜାମ ଥାନା ଅନ୍ତର୍ଗତ ହୁମା ଫାଣ୍ଡି ଅଧିନ ବୋରିଗାଁର ଯୁବକ ବାଦଲ ସାହୁଙ୍କୁ ଗାଁ ଲୋକେ ବାସନ୍ଦ କରିଥିଲେ। ଏ ନେଇ ବାଦଲ ସାହୁ ଚାପରେ ରହିଥିଲେ। ତେବେ ସେ ପୁଲିସ ନିକଟରେ ଅଭିଯୋଗ କରିଥିଲେ ବି ନ୍ୟାୟ ପାଇପାରି ନଥିଲେ। ନ୍ୟାୟ ପାଇବାରୁ ବଞ୍ଚିତ ହୋଇଥିବାରୁ ବାଦଲ ସାହୁ ଆଜି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ଆଜି ସେ ଛତ୍ରପୁରସ୍ଥିତ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ହୋଇ ନିଆଁ ଲଗାଇ ଦେଇଥିଲେ। ନିଜ ଦେହରେ ନିଆଁ ଲଗାଇ ଦେବା ପରେ ସେ ହୁତହୁତ ହୋଇ ଜଳି ଯାଇଥିଲେ। ପାଖରେ ଥିବା ଲୋକେ ତାଙ୍କୁ ଉଦ୍ଧାର କରିବା ପୂର୍ବରୁୁ ସେ ପାଖାପାଖି ୯୦ ପ୍ରତିଶତ ଜଳି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories