www.samajalive.in
Monday, December 15, 2025
15.1 C
Bhubaneswar

ସାପ୍ତାହିକ ରାଶିଫଳ ୧୫-୨୧.୦୫.୨୦୨୨

ମେଷ: ରବିବାର ଓ ସୋମବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯଶ ଲାଭ କରିବେ। ଶୁକ୍ରବାର ଓ ଶନିବାର ଯାତ୍ରାଜନିତ କ୍ଳେଶ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ଶୁକ୍ରବାର ଓ ଶନିବାର ଯାନବାହନ ସୌଖ୍ୟ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବ ସହସ୍ରନାମ ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ବୁଧବାର ଓ ଗୁରୁବାର ଯାତ୍ରା ଲାଭଦାୟକ ହେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶାଷ୍ଟକ ପାଠ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ମାନସିକ ଅବସାଦ ଦେଖାଦେବ। ଶୁକ୍ରବାର ଓ ଶନିବାର ସନ୍ତାନ ଚିନ୍ତା ବଳବତ୍ତର ରହିବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରିବେ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳନ୍ତୁ। ମହିଳା ଓ ବିଦ୍ୟାର୍ଥୀମାନେ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ପାଇପାରନ୍ତି। ବୁଧବାର ଓ ଗୁରୁବାର ସଂଯମତା ରକ୍ଷା କରନ୍ତୁ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଲଂ ଲଳିତା ଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯାତ୍ରାକାଳୀନ ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶୁକ୍ରବାର ଓ ଶନିବାର ମାଲିମକଦ୍ଦମାର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦୂରଯାତ୍ରା କରିପାରନ୍ତି। ବୁଧବାର ଓ ଗୁରୁବାର ଆର୍ଥିକ ଅନଟନ ଦେଖାଦେବ। ଶୁକ୍ରବାର ଓ ଶନିବାର ଶ୍ରୀଚନ୍ଦ୍ରର ଫଳପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ କବଚ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ବୁଧବାର ଓ ଗୁରୁବାର ଭ୍ରମଣପ୍ରିୟ ହେବେ। ଶୁକ୍ରବାର ଓ ଶନିବାର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଭାଗ୍ୟରେ ପରିବର୍ତ୍ତନ ଆସିବ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟକ୍ଷେତ୍ର ବ୍ୟାପକ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆର୍ଥିକ ସ୍ଥିତି ଉନ୍ନତ ରହିବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ କବଚ ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବିଶ୍ବାସଘାତକତାର ସମ୍ମୁଖୀନ ହେବେ। ବୁଧବାର ଓ ଗୁରୁବାର ଋଣମୁକ୍ତି ପାଇଁ ପ୍ରୟାସ କରିବେ। ଶୁକ୍ରବାର ଓ ଶନିବାର ଧନପ୍ରାପ୍ତି ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦାମ୍ପତ୍ୟରେ ଆନନ୍ଦପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଭାବିଚିନ୍ତି କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ପିଲାଙ୍କୁ ନେଇ ଗର୍ବ ଅନୁଭବ କରିବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳନ ହେବେ। ରିଷ୍ଟଖଣ୍ଡନ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories