www.samajalive.in
Sunday, December 14, 2025
26.1 C
Bhubaneswar

ଆତ୍ମହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ

ଗଞ୍ଜାମ: ଶନିବାର ସନ୍ଧ୍ୟାରେ ଗଞ୍ଜାମ ଏସପି କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକ ନିଜ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହୁତି ଉଦ୍ୟମ କରିବା ଘଟଣା  । ଆଜି ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ଯୁବକ ଜଣକଙ୍କ ମୃତ୍ୟୁ ହୋଇଛି । ମୃତକଜଣକ ହେଲେ ରମ୍ଭା ଥାନା ଅଧିନ ବୋରିଗାଁ ଗ୍ରାମର ବାଦଲ ସାହୁ । ଗତକାଲି ଆତ୍ମହୁତି ଉଦ୍ୟମ କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଛତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ପରେ ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନା ନିଆଯାଇଥିଲା ।  ହେଲେ ଅଧିକ ଚିକିତ୍ସା ପାଇଁ ପରେ ତାଙ୍କୁ ପୁଣି ଭୁବନେଶ୍ୱରକୁ ପଠାଯାଇଥିଲା । ହେଲେ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ତାଙ୍କୁ ନ୍ୟାୟ ମିଳିନଥିବାରୁ ସେ ଏହିଭଳି କାର୍ଯ୍ୟ କରିଛନ୍ତି ବୋଲି କହିଥିଲେ । ତାଙ୍କ ପରିବାରକୁ ଗ୍ରାମବାସୀ ମାନେ ବାସନ୍ଦ କରିଥିବା ସେ ଅଭିଯୋଗ କରିଥିଲେ । ଗତକାଲି ସନ୍ଧ୍ୟାରେ ସେ ନ୍ୟାୟ ମିଳିବା ଆଶା ନେଇ ଗଞ୍ଜାମ ଏସପିଙ୍କୁ ଭେଟିଥିଲେ ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories