www.samajalive.in
Sunday, December 14, 2025
23.1 C
Bhubaneswar

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ତଦନ୍ତ କରିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦେଶ ଦେଇଛନ୍ତି। ଏହି ବୋମା ବିସ୍ଫୋରଣରେ ସୌମ୍ୟଶେଖର ଓ ତାଙ୍କ ଜେଜେ ମା’ ଜେମାମଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ନବବଧୂ ରୀମା ଗୁରୁତର ଆହତ ହୋଇଥିଲେ। ଏଭଳି ଘଟଣାକୁ ନେଇ ରାଜ୍ୟରେ ଭୟ ଓ ଆତଙ୍କ ଖେଳି ଯାଇଥିଲା। ଦୀର୍ଘ ଏକମାସ ଧରି ପୁଲିସ ଘଟଣାର ତଦନ୍ତ କରୁଥିଲେ ମଧ୍ୟ ଅପରାଧୀଙ୍କୁ ଧରାଯାଇ ପାରିନାହିଁ।
ଫେବୃଆରୀ ୧୮ ତାରିଖରେ ସୌମ୍ୟଶେଖରଙ୍କର ରୀମାଙ୍କ ସହ ବିବାହ ହୋଇଥିଲା। ଚାରିଦିନ ପରେ ସ୍କାଏ କିଙ୍ଗ କୋରିୟର ସର୍ଭିସରୁ ଏକ ଉପହାର ପାର୍ସଲ ପହଞ୍ଚିଥିଲା। ପାର୍ସଲ ଖୋଲିବାବେଳେ ଏହି ବିସ୍ଫୋରଣ ଘଟିଥିଲା। ଗୁରୁତର ଆହତ ଅବସ୍ଥାରେ ସୌମ୍ୟଶେଖର, ତାଙ୍କ ଜେଜେମା ଜେମାମଣୀ ଓ ରୀମାଙ୍କୁ ପାଟଣାଗଡ଼ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ପରେ ସେମାନଙ୍କୁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୌମ୍ୟଶେଖରଙ୍କ ଜେଜେମାଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କୁ ବୁର୍ଲା ପଠାଯାଇଥିବାବେଳେ ସେଠାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ନବବଧୂ ରୀମା କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ମଙ୍ଗଳବାର ସୌମ୍ୟଶେଖରଙ୍କ ମା’ଙ୍କ ସମେତ ନବବଧୂ ରୀମାଙ୍କ ବାପା ଏବଂ ସେମାନଙ୍କ ପରିବାର ସଦସ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ତଦନ୍ତ କାର୍ୟ୍ୟ ତ୍ୱରାନ୍ୱିତ କରି ଅପରାଧୀଙ୍କୁ ଯଥାଶୀଘ୍ର ଗିରଫ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ୱାସନା ଦେଇଥିଲେ। ବୁଧବାର ରୀମା ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ପାଇଁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ଆଜି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଇଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories