www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ଆଉ ୨ହଜାର ୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତକାଲି ତୁଳନାରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନା ଯୋଗୁ ସାରା ଦେଶରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । କରୋନାରୁ ଗତ ୨୪ ଘଣ୍ଟାରେ ୨,୫୮୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୪୧୯ ରହିଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ୦.୫୦ ପ୍ରତିଶତକୁ ହ୍ରାସ ପାଇଛି ।  ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୮୯,୮୪୧ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୩୦୩ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories