www.samajalive.in
Monday, December 8, 2025
24.1 C
Bhubaneswar

ଶୋଇଥିବା ସମୟରେ ଚଢିଗଲା ଟ୍ରକ ; ୩ ଶ୍ରମିକ ମୃତ

ହରିୟାଣା : ହରିୟାଣାର ବହାଦୁରଗଡରେ କୁଣ୍ଡଳୀ-ମାନେସର-ପଲବଲ ଏକ୍ସପ୍ରେସୱେରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି ବୋଲି ଗୁରୁବାର ଜଣାପଡିଛି । ଆସୌଦା ଟୋଲ ଗେଟ୍‍ ନିକଟରେ ଏକ ଟ୍ରକ ଶୋଇଥିବା ସମୟରେ ଶ୍ରମିକଙ୍କ ଉପରେ ଚଢିଯାଇଥିଲା । ଏଥିରେ ୩ ଜଣ ଶ୍ରମିକଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ଏହାସହ ୧୧ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ଭୋର ସାଢେ ୫ଟାରେ ହୋଇଥିଲା । ବିଳମ୍ବିତ ରାତି ଯାଏଁ ଉକ୍ତ ସ୍ଥାନରେ ସଡକ କାମ କରି ଥକ୍କି ଯାଇ ଶ୍ରମିକମାନେ ଶୋଇଥିବା ସମୟରେ ଟ୍ରକ ସେମାନଙ୍କ ଉପରେ ଚଢି ଯାଇଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

- Advertisement -

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories