www.samajalive.in
Saturday, December 6, 2025
23.1 C
Bhubaneswar

ମୁମ୍ବାଇ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର A320neo ବିମାନକୁ ମୁମ୍ବାଇ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଟାଟା ଗ୍ରୁପ୍‌ ଦ୍ବାରା ପରିଚାଳିତ ଏୟାରଲାଇନର ଏହି ବିମାନ ଉଡ଼ାଣ ଭରିବା ପରେ ମୁମ୍ବାଇ ବିମାନବନ୍ଦରକୁ ଫେରି ଆସିଥିଲା, କାରଣ ଯାନ୍ତ୍ରିକ ସମସ୍ୟା କାରଣରୁ ଏହାର ଏକ ଇଞ୍ଜିନ ହଠାତ୍ ବନ୍ଦ ହୋଇଯାଇଥିଲା।

ଏ ସମ୍ପର୍କରେ ଜାରି ହୋଇଥିବା ଏକ ରିପୋର୍ଟ ସୂତ୍ରରୁ ପ୍ରକାଶ ଯେ, ଗୁରୁବାର ବିମାନ ଉଡ଼ାଣ ଭରିବାର ଠିକ୍‌ ୨୭ ମିନିଟ୍‌ ପରେ ବିମାନବନ୍ଦରକୁ ଫେରି ଆସିଥିଲା। ଏୟାର ଇଣ୍ଡିଆର ମୁଖପାତ୍ର କହିଛନ୍ତି ଯେ, ବିମାନ ବଦଳାଇବା ପରେ ଯାତ୍ରୀମାନଙ୍କୁ ବେଙ୍ଗାଲୁରୁର ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା। ସୂତ୍ରରୁ ପ୍ରକାଶ ଯେ, ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ ଏହି ଘଟଣାର ଯାଞ୍ଚ କରୁଛି। ଏଠାରେ ଉଲ୍ଲେଖଯୋଗ୍ୟ, ଏୟାରଇଣ୍ଡିଆର A320neo ବିମାନରେ ସିଏଫଏମର ଲିପ୍‌ ଇଞ୍ଜିନ ଲାଗିଥାଏ।

- Advertisement -

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories