www.samajalive.in
Thursday, December 11, 2025
15.1 C
Bhubaneswar

ଦୁଇ ପର୍ଯ୍ୟାୟରେ ରାଜ୍ୟସଭା ଭୋଟ

ଭୁବନେଶ୍ବର : ରାଜ୍ୟସଭାର ସାଧାରଣ ନିର୍ବାଚନ ଓ ଉପନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ନିର୍ବାଚନ ଦୁଇଟି ସୋପାନରେ ହେବ। ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଏନ୍‌.ଭାସ୍କର ରାଓ ଏବଂ ଡ. ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଉକ୍ତ ତିନି ଆସନ ପାଇଁ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୪ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ମେ ୩୧ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଜୁନ ପହିଲାରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୩ରେ ପ୍ରତ୍ୟାହାର ସମୟ ଧାର୍ଯ୍ୟ ହୋଇଛି। ଜୁନ ୧୦ରେ ଭୋଟ ଗ୍ରହଣ କରାଯିବ। ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ମତଦାନ କରାଯାଇ ଅପରାହ୍ଣ ୫ଟାରେ ଗଣତି ପରେ ଫଳ ଘୋଷଣା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି। ସେହିଭଳି ରାଜ୍ୟସଭା ସାଂସଦ ସୁବାସ ସିଂହ କଟକ ମେୟର ହେବା ପରେ ତାଙ୍କ ଆସନରେ ଉପନିର୍ବାଚନ ଜୁନ ୧୩ରେ ହେବ । ଜୁନ ୨ ଯାଏଁ ନାମାଙ୍କନପତ୍ର ଦାଖଲ, ୩ରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୬ରେ ପ୍ରତ୍ୟାହାର ପରେ ୧୩ରେ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ଭୋଟ ଗ୍ରହଣ ହେବ । ସେହିଦିନ ଅପରାହ୍ଣ ୫ଟାରେ ଗଣତି ପରେ ଫଳ ଘୋଷଣା କରାଯିବ ବୋଲି ଶ୍ରୀ ଲୋହାନୀ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories