www.samajalive.in
Sunday, December 14, 2025
23.1 C
Bhubaneswar

ଓମ୍ବାଡସି ପାଣ୍ଠି ବିନିଯୋଗରେ ଲୋକଙ୍କ ଜୀବିକାର ବିକାଶ ସହ ମହିଳାମାନଙ୍କ ସଶକ୍ତିକରଣ ହୋଇପାରିଛି : ଜଷ୍ଟିସ୍ ଅନଙ୍ଗ କୁମାର ପଟ୍ଟନାୟକ

ସୁନ୍ଦରଗଡ଼/ରାଉରକେଲା :  ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ଖଣିଜ ଧାରକ ଅଞ୍ଚଳ ଉନ୍ନୟନ ନିଗମର (ଓମ୍ବାଡସି) ଓଭରସାଇଟ୍ ଅଥରିଟି ଜଷ୍ଟିସ୍ ଅନଙ୍ଗ କୁମାର ପଟ୍ଟନାୟକ ତିନିଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି । ଲୋକମାନଙ୍କ ଜୀବିକା ବିକାଶ ସହିତ ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସଶକ୍ତ କରିବା ଲାଗି ଓମ୍ବାଡସି ପାଣ୍ଠିର ଆର୍ଥିକ ସହାୟତାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଥିବା ଜାଣି ସେ ସନ୍ତୋଷ ପ୍ରକାଶ କରିଥିଲେ।

ଜଷ୍ଟିସ୍ ପଟ୍ଟନାୟକ କହିଥିଲେ ଯେ, “ଓମ୍ବାଡସି ପାଣ୍ଠିର ଆର୍ଥିକ ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଗ୍ରାମାଞ୍ଚଳର ଲୋକଙ୍କ ସହିତ ଆଦିବାସୀ ଏବଂ ମହିଳାମାନେ ଏହି କାର୍ଯ୍ୟକ୍ରମରୁ ବିଶେଷ ଭାବେ ଉପକୃତ ହେଉଛନ୍ତି । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ପାରମ୍ପରିକ କାମ ଛଡ଼ା ବିଭିନ୍ନ ବୈଷୟିକ କାମରେ ଯୋଡ଼ି ହୋଇ ଭଲ ରୋଜଗାର କରିପାରୁଛନ୍ତି। ମାଛ ଚାଷ ଏବଂ କଦଳୀ ଚାଷ କରି ମହିଳାମାନେ ଆଜି ସ୍ୱାବଲମ୍ବୀ ହୋଇପାରିଛନ୍ତି।” ସ୍ୱାସ୍ଥ୍ୟ, ଶିକ୍ଷା, ପୋଷଣ ସହିତ ସାଧାରଣ ଲୋକଙ୍କ ଜୀବନ ଧାରଣ ମାନରେ କିପରି ଉନ୍ନତି ଆସିପାରିବ ତା’ ଉପରେ ଓମ୍ବାଡସି ପକ୍ଷରୁ ବିଶେଷ ଧ୍ୟାନ ଦିଆଯାଉଛି। ଓମ୍ବାଡସି ପାଣ୍ଠିର ବିନିଯୋଗ କରାଯାଇ ସୁନ୍ଦରଗଡ଼ ଜିଲ୍ଲାରେ ଏହିସବୁ କାର୍ଯ୍ୟକ୍ରମ ସଠିକ୍ ଭାବେ କାର୍ଯ୍ୟକାରୀ କରାଯାଉଥିବା ଜଷ୍ଟିସ୍ ପଟ୍ଟନାୟକ କହିଛନ୍ତି।

- Advertisement -

ଗତ ୧୮ ତାରିଖରେ ଜଷ୍ଟିସ୍ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସିଥିଲେ। ପ୍ରଥମ ଦିନ ସେ ସୁନ୍ଦରଗଡ଼ ସଦର ସହିତ ଲେଫ୍ରିପଡ଼ା ଏବଂ ଟାଙ୍ଗରପାଲି ବ୍ଲକ ଯାଇ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ଅନୁଧ୍ୟାନ କରି ସୁନ୍ଦରଗଡ଼ଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ଦ୍ୱିତୀୟ ଦିନରେ ସେ ବଡ଼ଗାଁ, କୁତ୍ରା, ରାଜଗାଙ୍ଗପୁର ଏବଂ କୁଆରମୁଣ୍ଡା ବ୍ଲକରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରି ହିତାଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

ତୃତୀୟ ଦିନରେ ଜଷ୍ଟିସ୍ ପଟ୍ଟନାୟକ ଲହୁଣୀପଡ଼ା ବ୍ଲକ୍ ଗସ୍ତରେ ଆସିଥିଲେ। ଲଲେଇସ୍ଥିତ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ବୁଲି ଦେଖିବା ସହିତ ନିକଟସ୍ଥ ଅମାତପାଲ୍ଲି ଗ୍ରାମକୁ ଯାଇ ଲୋକମାନେ କିପରି ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଉଛନ୍ତି ତାହା ଅନୁଧ୍ୟାନ କରିଥିଲେ। ଏହାପରେ ଜଷ୍ଟିସ୍ ପଟ୍ଟନାୟକ ଡଲେଇସରା ଗ୍ରାମର ଲୁଙ୍ଗା ସଂରକ୍ଷିତ ଜଙ୍ଗଲରେ ହୋଇଥିବା ଜଳ ସଂରକ୍ଷଣ ପ୍ରକଳ୍ପ ସ୍ଥଳ ବୁଲି ଦେଖିଥିଲେ। ବନ ସୁରକ୍ଷା ସମିତିର ସଦସ୍ୟମାନଙ୍କ ସହ ସେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।

ଓମ୍ବାଡସିର ଓଭରସାଇଟ୍ ଅଥରିଟି ଜଷ୍ଟିସ୍ ଅନଙ୍ଗ କୁମାର ପଟ୍ଟନାୟକଙ୍କ ସହିତ ଓମ୍ବାଡସି ସିଇଓ ଜି ରାଜେଶ, ସ୍ୱତନ୍ତ୍ର ଅଧିକାରୀ ଶେଖ୍ ନଇମୁଦ୍ଦିନ୍ ଏବଂ ଦ୍ୱୈପାୟନ ପଟ୍ଟନାୟକ, ଓମ୍ବାଡସିର ଜେନେରାଲ ମ୍ୟାନେଜର (ପ୍ରଶାସନ) ସୁଧାକର ବୁର୍ଗି, ଜେନେରାଲ ମ୍ୟାନେଜର (ଅପରେସନ) ଜୟନ୍ତ କୁମାର ଦାସ, କଲସଲଟାଣ୍ଟ ପାର୍ଥ ମହାନ୍ତି ଏବଂ ଟିମ୍ ଲିଡର ଅମ୍ବୁଜ ପ୍ରସାଦ ଯୋଗ ଦେଇଥିଲେ।
ତୃତୀୟ ଦିନ ଗସ୍ତ ବେଳେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ବଣାଇ ଉପଜିଲ୍ଲାପାଳ ପ୍ରଦୀପ ଡାଙ୍ଗ, ଦେବଗଡ଼ ଡିଏଫଓ ମଗର ଧନାଜୀ ଆର, ଲହୁଣୀପଡ଼ା ବିଡିଓ ଧନାଇ ଚରଣ ଟୁଡୁଙ୍କ ସହିତ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories