www.samajalive.in
Monday, December 15, 2025
15.1 C
Bhubaneswar

କମିବ ପେଟ୍ରୋଲ ଓ ଡିଜେଲ୍‌ ଦର

ନୂଆଦିଲ୍ଲୀ : ଏକ ଐତିହାସିକ ପଦକ୍ଷେପ ସ୍ବରୁପ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ୍‌ ଦର ହ୍ରାସ କରିବା ପାଇଁ  ବଡ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିଛନ୍ତି ।  ଉତ୍ପାଦ ଶୁଳ୍କ କମାଇବାରୁ ପେଟ୍ରୋଲ ଦର ଲିଟର ପିଛା ସାଢ଼େ ୯ ଟଙ୍କା ଓ ଡିଜେଲ୍ ଲିଟର ପିଛା ୭ ଟଙ୍କା ହ୍ରାସ ପାଇବ । ରବିବାର ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏ ସଂପର୍କରେ ସୂଚନା ଦେଇଛନ୍ତି ।

- Advertisement -

ସେହିପରି  ଉଜ୍ବଳା ଯେଜନାରେ ଯୋଗାଇ ଦିଆଯାଉଥିବା ଗ୍ୟାସ ସିଲିଣ୍ଡର ଦର କମାଇବାକୁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉଜ୍ବଳା ହିତାଧିକାରୀଙ୍କୁ ସିଲିଣ୍ଡର ପିଛା ୨୦୦ ଟଙ୍କା ରିହାତି ଦିଆଯିବ ଓ ବର୍ଷକୁ ୧୨ଟି ସିଲିଣ୍ଡର ଯାଏ ରିହାତି ମିଳିବ ବୋଲି ସରକାର ଘୋଷଣା କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories