www.samajalive.in
Wednesday, December 10, 2025
23.1 C
Bhubaneswar

କ୍ଲଷ୍ଟର ସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ଏକ ତାଲିମ

ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଲାଞ୍ଜିଗଡ଼ ରୋଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ ଶିବିର କାର୍ଯ୍ୟକ୍ରମରେ ଲାଞ୍ଜିଗଡରୋଡ଼, ମସ୍କାଗୁଡା , ଗୋବର୍ଦ୍ଧନପୁର ଓ ଭଟାଙ୍ଗପଦର କ୍ଲଷ୍ଟରର ୬୨ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ । ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଂଜୀବ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତାଲିମ କାର୍ଯ୍ୟକ୍ରମରେ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଲୋଚନ ସୁନା ଓ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସରସ୍ବତୀ ସାହୁ ଯୋଗ ଦେଇଥିଲେ । ଜିଲା ସାଧନ କର୍ମୀ ଜିତେନ୍ଦ୍ର କୁମାର ବିଶ୍ବାଳ ଓ ଗୋବର୍ଦ୍ଧନପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତପନ କୁମାର ଭୋଇ ତାଲିମ କାର୍ଯ୍ୟକ୍ରମକୁ ପରିଚାଳନା କରି ପ୍ରତ୍ୟେକ ଛାତ୍ର ଛାତ୍ରୀ କିପରି ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା ହାସଲ କରିପାରିବେ ସେ ସମ୍ପର୍କରେ ଶିକ୍ଷକମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ଆଞ୍ଚଳିକ ସାଧନ କର୍ମୀ ପ୍ରକାଶ ଚନ୍ଦ୍ର ପ୍ରଧାନ, ଭାରତ ଭୂଷଣ ସାହୁ, ଏମ . ସୁନ୍ଦର ଶେଖର, ଗୁରୁ ଗୋବିନ୍ଦ ମହାନ୍ତି, ବିଜୟ କୁମାର ରାୟ, ସୌଭାଗ୍ୟ ରଞ୍ଜନ ସାହୁ ଓ ଜ୍ୟୋତିର୍ମୟୀ କାଞ୍ଚନବାଲା ମହାରଣା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories