www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର କେହି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ରାଜ୍ୟର ୪ଜିଲ୍ଲା ଓ ଷ୍ଟେଟପୁଲରୁ ଆଜିର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଓ ଷ୍ଟେଟପୁଲରୁ ୨ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ପଜିଟିଭ୍‌ ଥିବା ସୂଚନା ଦିଆଯାଇଛି ।  ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ୨୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୧୫ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ ରହିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories