www.samajalive.in
Friday, December 12, 2025
23.1 C
Bhubaneswar

ବଡ଼ସାହି ଡ଼ାକ୍ତରଖାନାରେ ସ୍ୱଚ୍ଛତା ଦିବସ ପାଳିତ

ବଡସାହି : ଗାନ୍ଧୀ ଜୟନ୍ତୀ ଅବସରରେ ବଡ଼ସାହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ନାରାୟଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଡାକ୍ତରଖାନା ପରିସର ସଫେଇ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଦୀପ୍ତିମୟୀ ଜେନା, ବିପିଏମ କମଳ ଲୋଚନ ରଣା, ସ୍ୱାସ୍ଥ୍ୟ ପରିଦର୍ଶକ ଦଶରଥ ବାଘରାଏ ଓ ରୋଗୀ କଲ୍ୟାଣ ସମିତିର ସଦସ୍ୟ ବସନ୍ତ କୁମାର ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ‘ସ୍ୱଚ୍ଛତା ହିଁ ସୁସ୍ଥ ଜୀବନର ଭିତ୍ତିଭୂମି’ ଶୀର୍ଷକ ଏକ ଆଲେଚାନ ଚକ୍ର ଅନୁଷ୍ଠିତ ହୋଇଥିଲା। ଡାକ୍ତର ସନ୍ତୋଷ କୁମାର ବାରିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମଚାରୀ ଓ ଆଶା କର୍ମୀ ଏଥିରେ ଉପସ୍ଥିତ ଥିଲେ।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories