www.samajalive.in
Friday, December 12, 2025
23.1 C
Bhubaneswar

ବଡ଼ସାହି : କଂଗ୍ରେସ ଦଳରେ ସାମିଲ ହେଲେ ୫୦ରୁ ଉର୍ଦ୍ଧ୍ବ କର୍ମୀ

ବଡସାହି : ବଡ଼ସାହି ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫଟୋଚିତ୍ରରେ ଧୂପପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ଜିଲା ଉପସଭାପତି ପ୍ରକାଶ କରମହାପାତ୍ରଙ୍କ ନେତୃତ୍ୱରେ ସମସ୍ତ କର୍ମୀ ବଡ଼ସାହି ବଜାର ମଧ୍ୟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଜୟଧ୍ୱନୀ କରିଥିଲେ। ଏହି ଅବସରରେ ଯୁବନେତା ଶଶାଙ୍କ ଶେଖର କରଙ୍କ ନେତୃତ୍ୱରେ ମାଧପୁର ପଞ୍ଚାୟତରୁ ଆସିଥିବା କାଳିଚରଣ ମହାନ୍ତ, ମଦନ ମହାନ୍ତ, ଜଗନ୍ନାଥ ମହାନ୍ତ, କେଶବ ମହାନ୍ତ, ରାଧାମୋହନ ମହାନ୍ତ ଓ ଗଣେଶ୍ୱର ମହାନ୍ତଙ୍କ ସମେତ ୫୦ରୁ ଊର୍ଦ୍ଧ୍ବ କର୍ମୀ କଂଗ୍ରେସ ଦଳରେ ଯୋଗଦାନ କରିଥିଲେ। ଦଳ ପକ୍ଷରୁ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ କଂଗ୍ରେସ ଦଳକୁ ସୁଦୃଢ କରିବା ପାଇଁ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଶପଥପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସଭାପତି ଗୁଣନିଧି ମହାନ୍ତି, ମନୋରଞ୍ଜନ ବଳା, ଆନନ୍ଦ ଶଙ୍କର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

Related Articles

Popular Categories