www.samajalive.in
Sunday, December 14, 2025
16.1 C
Bhubaneswar

ବାଙ୍କୀରେ କଟକ ଜିଲପାଳଙ୍କ ଜନଅଭିଯୋଗ ଶୁଣାଣି; ୨୨୪ଟି ଅଭିଯୋଗ ଶୁଣିଲେ

ବାଙ୍କୀ: ବାଙ୍କୀ ବ୍ଲକର ଜନଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସମସ୍ତ ୨୦ଗୋଟି ପଞ୍ଚାୟତର ପ୍ରାୟ ୨୨୪ଟି ଅଭିଯୋଗର ଶୁଣାଣି ହୋଇଛି। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅମ୍ବର କର, ଅତିରିକ୍ତ ଜିଲ୍ଲାପାଳ ବିଜୟକୁମାର ଖଣ୍ଡାୟତରାୟ, ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା, ବିଡିଓ ଶ୍ୟାମଳ କୁମାର ରାୟ, କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ବି.ଯୁଗୋଳ କିଶୋର, ତହସିଲଦାର ସତ୍ୟରଞ୍ଜନ ପଣ୍ଡା, ଜିଲ୍ଲା ଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ନାୟକ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ଛୋଟରାୟ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ନିରୁପମା ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରତିମା ଦାସ, ଜିଲ୍ଲା ଯୋଗାଣ ଅଧିକାରୀ ମାନସ ରଞ୍ଜନ ମହାପାତ୍ର, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାଳିଚରଣ ତ୍ରିପାଠୀ ଏବଂ ବାଙ୍କୀ ଉପଖଣ୍ଡ ଓ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନଶୁଣାଣି ଶିବିରରେ ସହଯୋଗ କରିଥିଲେ। ସରକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ ଦିଗରେ ଜନସାଧାରଣଙ୍କର ସହଯୋଗ, ପ୍ରଶାସନିକ କାର୍ଯ୍ୟକୁ ଅଧିକ ଲୋକାଭିମୁଖୀ କରିବା ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କାର୍ଯ୍ୟକାରୀତା ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଏହି ଶିବିରର ଆଭିମୁଖ୍ୟ ବୋଲି ପ୍ରାରମ୍ଭରେ ସୂଚନା ପ୍ରଦାନ କରାଯାଇଛି। ହସ୍ତଗତ ହୋଇଥିବା ଅଭିଯୋଗ ମଧ୍ୟରେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, କୃଷି, ରାଜସ୍ୱ, ପାନୀୟଜଳ, ସ୍ୱାସ୍ଥ୍ୟ, ଶିକ୍ଷା ଆଦି ସମସ୍ୟା ସମ୍ପର୍କରେ ଅଭିଯୋଗ ଶୁଣାଯାଇ ତାହାର କାର୍ଯ୍ୟକାରିତା ପାଇଁ ଜିଲ୍ଲାପାଳ ଆବଶ୍ୟକ ପରାମର୍ଶ ଦେଇ ଅଧିକାରୀମାନଙ୍କ ଦ୍ୱାରା ଶୁଣାଣି କରିଛନ୍ତି। ଶେଷରେ ଜିଲ୍ଲାପାଳ ବୋତଲମା ଗ୍ରାମର ଭିନ୍ନକ୍ଷମ ଯୁବକ ନବ କିଶୋର ଦେହୁରୀ ଏବଂ ପାଥପୁର ଗ୍ରାମର ଶୁକାନ୍ତ ରାଉତଙ୍କୁ ଟ୍ରାଇସାଇକେଲ ପ୍ରଦାନ କରିଛନ୍ତି। ପଞ୍ଚାୟତ ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ସାମଲ, ଅଶୋକ କୁମାର ମିଶ୍ର, ଓଡ଼ିଶା ଜିବୀକା ମିଶନ ବ୍ଲକ ସଞ୍ଜୋଜକ ଅକ୍ଷୟ କୁମାର ଭଟ୍ଟ, ସହକାରୀ ଯନ୍ତ୍ରୀ ସତ୍ୟବ୍ରତ ସ୍ୱାଇଁ ପ୍ରମୁଖ ଶିବିର ପରିଚାଳନାକୁ ସଂଯୋଜନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories