www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟସଭା ୩ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ରାଜ୍ୟସଭାର ୩ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏଥିପାଇଁ ଆଜିଠୁ ନାମାଙ୍କନ ଆରମ୍ଭ ହେବ । ଆସନ୍ତା ୩୧ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ବୋଲି ସୂଚନା ଦିଆଯାଇଛି । ତେବେ ଅଙ୍କ ଗଣତିରେ ୩ଟି ଯାକ ରାଜ୍ୟସଭା ଆସନ ବିଜେଡି ଖାତାକୁ ଯିବା ସ୍ପଷ୍ଟ ହେଉଛି ।  ଦଳ ମଧ୍ୟରୁ କେଉଁ ନେତା ରାଜ୍ୟସଭା ଯିବେ ସେନେଇ ସ୍ପଷ୍ଟ ହୋଇନଥିବା ବେଳେ ବିଜେଡି ସୁପ୍ରିମୋ ଏହାକୁ ନେଇ ଦ୍ୱନ୍ଦ୍ୱ ଦୂର କରିବେ ।

ବର୍ତ୍ତମାନ ରାଜ୍ୟସଭା ଯିବାକୁ ନେଇ ବିଜେଡିରେ ମାଳମାଳ ଆଶୟୀ ହାତ ଟେକି ରହିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପରେ ସମସ୍ତଙ୍କ ନଜର ରହିଛି । କାହାକୁ ରାଜ୍ୟସଭା ଯିବାକୁ ଗ୍ରୀନ୍‌ ସିଗନାଲ ଦେବେ ନବୀନ ? କାହାକୁ ମିଳିବ ଦିଲ୍ଲୀ ଯିବାକୁ ଟିକେଟ୍‌ ?  ସେନେଇ ବିଜେଡି ଶିବିରରେ କଳ୍ପନାଜଳ୍ପନା ଜାରି ରହିଛି ।  ଆସନ୍ତା ଜୁଲାଇ ୧ ତାରିଖରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଏନଭାସ୍କର ରାଓ, ଡକ୍ଟର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଛି । ଏହି ୩ ଆସନ ପାଇଁ ଆସନ୍ତା ଜୁନ ୧୦ ତାରିଖରେ ଭୋଟ ହେବ ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories