www.samajalive.in
Sunday, December 7, 2025
26.1 C
Bhubaneswar

ଆସନ୍ତାକାଲି କାଳିଆର ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଭକ୍ତଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଅପରାହ୍ଣ ୪ଟାରୁ ରାତ୍ର ୮ଟା ଯାଏ ସାଧାରଣ ଦର୍ଶନ ବନ୍ଦ କରାଯିବାକୁ କୁହାଯାଇଛି । ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତାକାଲି ବୁଧବାର ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥି । ଏହି ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁଯାୟୀ ତିନି ଠାକୁରଙ୍କ ନୀତି ସମ୍ପାଦନ କରାଯିବ । ଏହି ସମୟରେ ସାଧାରଣ ଦର୍ଶନକୁ ବାରଣ କରାଯାଇଛି ।  ଦ୍ୱିତୀୟ ଭୋଗମଣ୍ଡପ ପରେ ଭକ୍ତ ମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ । ଆପାତତଃ ଅପରାହ୍ନ ୪ଟା ଠାରୁ ରାତ୍ର ୮ଟା ଯାଏ ଭକ୍ତଙ୍କ ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି କୁହାଇଛି । ରାତି ୮ଟା ପରେ ପୁଣି ପୂର୍ବ ପରି ଶ୍ରଦ୍ଧାଳୁ ମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories