www.samajalive.in
Thursday, December 11, 2025
18.1 C
Bhubaneswar

୧୫ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର, ୨୪ା୫(ନି.ପ୍ର): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି। ପବନ ସହ ବିଜୁଳି ଘଡଘଡି ମାରିଛି। ନବରଙ୍ଗପୁର, ସମ୍ବଲପୁର ଏବଂ ଚାନ୍ଦବାଲିରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୧୫ ଜିଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ। ମଙ୍ଗଳବାର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ କମିଛି। ପଶ୍ଚିମ ଓଡ଼ିଶାବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ତଥାପି ୪ ସହରରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି । ୪୩ ଡିଗ୍ରୀ ସହ ବୌଦ୍ଧ ପୁଣି ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦକ୍ଷିଣ-ପଶ୍ଚିମ ଆରବ ସାଗରର କିଛି ଅଂଶ, ଦକ୍ଷିଣ- ପୂର୍ବ ଆରବସାଗରର କିଛି ଅଂଶ, ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର କିଛି ଅଞ୍ଚଳରେ ସ୍ପର୍ଶ କରିବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ନେଇ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସହ ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡିକ ସତର୍କ ସୂଚନା ଜାରି କରାଯିବା ପରେ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ନିର୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ ଆୟୁକ୍ତ ପ୍ରଦୀପ ଜେନା। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ, କିନ୍ତୁ ପରବର୍ତ୍ତୀ ସମୟରେ କେତେକ ଅଞ୍ଚଳରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories