www.samajalive.in
Tuesday, December 9, 2025
19.1 C
Bhubaneswar

ଜିଲ୍ଲାସ୍ତରୀୟ ଯୋଗ ଅଲିମ୍ପିଆଡ ଉଦଘାଟିତ 

ବୌଦ୍ଧ : ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଯୋଗ ଅଲିମ୍ପିଆଡ ଉଦଘାଟିତ ହୋଇଯାଇଛି । ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଦେବେନ୍ଦ୍ର କୁମାର ଦେହୁରୀ ଓ ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଆନନ୍ଦ କୁମାର ବେହେରା ମଞ୍ଚାସିନ ହୋଇ କାର୍ୟ୍ୟକ୍ରମକୁ ଉଦଘାଟନ କରିଥିଲେ। ଯୋଗ କରିବା ଦ୍ୱାରା ମସ୍ତିଷ୍କର ବିକାଶ ହୋଇଥାଏ, ସ୍ମରଣ ଶକ୍ତି ବଢିଥାଏ, ସମସ୍ତ ବିଦ୍ୟାଳୟରେ ଉକ୍ତ କାର୍ୟ୍ୟକ୍ରମ କରିବାକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକରୀ ଶ୍ରୀ ମେହେର ଆହ୍ୱାନ କରିଥିଲେ । ଯୋଗ କର୍ମେଷୁ କୌଶଳମ, ଯୋଗ କରିବା ଦ୍ୱାରା ଶରୀର ସୁସ୍ଥ ରହିଥାଏ, ସୁସ୍ଥ ମଣିଷ ପ୍ରତ୍ୟେକ କାର୍ୟ୍ୟରେ ସଫଳତା ପ୍ରାପ୍ତ ହୁଏ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଘିବେଲା ବକ୍ତବ୍ୟ ରଖିଥିଲେ । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୪୮ଜଣ ଛାତ୍ର ଛାତ୍ରୀ ଉକ୍ତ ଯୋଗ କାର୍ୟ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ୮ ଜଣ ଛାତ୍ର ଛାତ୍ରୀ ଆସନ୍ତା ତା ୨୮/୫/୨୨ରିଖରୁ ତା ୩୦/୫/୨୨ରିଖ ପର୍ୟ୍ୟନ୍ତ ଭୁବନେଶ୍ୱର ଠାରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଛନ୍ତି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories