www.samajalive.in
Saturday, December 13, 2025
27.1 C
Bhubaneswar

ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ପ୍ରସଙ୍ଗ; ଶିକ୍ଷା ବିଭାଗ ଓ ୟୁପିଏସସିକୁ ୟୁଜିସିର ତାଗିଦ୍‌

ଭୁବନେଶ୍ୱର: ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ମାନ୍ୟବର ସୁପ୍ରିମକୋର୍ଟ ୩ ମାସ ପାଇଁ ରହିତାଦେଶ ପ୍ରସଙ୍ଗରେ ୟୁନିଭରସିଟି ଗ୍ରାଣ୍ଟ କମିଶନ (ୟୁଜିସି), ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ଚିଠି ଲେଖିଛନ୍ତି । ଗତ ୨୦ ତାରିଖରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ । କିନ୍ତୁ ମାନବ୍ୟର ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସି ଉଲ୍ଲଂଘନ କରୁଥିବା ନେଇ ୟୁଜିସି ପତ୍ରରେ ଉଲ୍ଲେଖ କରିଛି ।

ୟୁଜିସି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ସଚିବ ଏବଂ ଓପିଏସସିକୁ ଲେଖିଥିବା ପୃଥକ ପୃଥକ ପତ୍ରରେ ଉଲ୍ଲେଖ କରିଛି ଯେ ମଇ ୨୩ ତାରିଖରେ ଓପିଏସସି ସାମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମଇ ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଟ୍ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ।  ମାନ୍ୟବର ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ନେଇ ଏସଏଲପି ବିଚାରଧୀନ ରହିଛି । ତେଣୁ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡ(ଏସଏସବି)ର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତି ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ କରୁଅଛି ।

- Advertisement -

ରାଜ୍ୟ ସରକାର ଏବଂ ଓଡ଼ିଶା ଲୋକସେବା ଆୟୋଗ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ଏହି ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରୁହନ୍ତୁ । ନଚେତ୍ ଏଥିରେ ଅବମାନନା କଲେ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ପତ୍ରରେ ତାଗିଦ୍ କରିଛି ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories