www.samajalive.in
Saturday, December 13, 2025
14.1 C
Bhubaneswar

ଆଗକୁ ବଢ଼ିବ ତାତି : ଉପକୂଳରେ ଗୁଳୁଗୁଳି ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ଅସହ୍ୟ ଗରମ ସହ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ଉପକୂଳରେ ଗୁଳୁଗୁଳି ଆହୁରି ବଢ଼ିବ। ତା’ ସହିତ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇବ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ଆଜି ରାଜ୍ୟର ୮ ସହରରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ପୁଣି ବୌଦ୍ଧ ୪୨.୫ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ଗୁରୁବାର ସୁବର୍ଣ୍ଣପୁର ୪୨.୪, ମାଲକାନଗିରି ୪୦.୨, ଟିଟିଲାଗଡ ୪୧.୮, ବଲାଙ୍ଗୀର ୪୧.୨, ସମ୍ବଲପୁର ୪୦.୨, ପାରଳାଖେମୁଣ୍ଡି ୪୦ ଏବଂ ନୂଆପଡା ୪୧, ଭୁବନେଶ୍ବର ୩୭ ଏବଂ କଟକରେ ୩୮ ଡିଗ୍ରୀ ପାରଦ ରେକର୍ଡ ହୋଇଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଆରବ ସାଗରର ଅନେକ ଅଞ୍ଚଳ, ସମ୍ପୂର୍ଣ୍ଣ ମାଲଦ୍ବୀପ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଲାକ୍ଷାଦ୍ବୀପରେ ମୌସୁମୀ ସ୍ପର୍ଶ କରିବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ରାଜସ୍ଥାନ, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ର ସମୁଦ୍ର ପତ୍ତନରୁ ବାୟୁମଣ୍ଡଳର ୦.୯ କିମି ଉଚ୍ଚତାରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଏଥିସହିତ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନରୁ ୦.୯ କିମି ଉଚ୍ଚତାରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ଅନ୍ୟତମ ନିମ୍ନଚାପରେଖା ପୂର୍ବ ବିହାର, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ, ଝାଡଖଣ୍ଡ ଏବଂ ଓଡ଼ିଶାର ସମୁଦ୍ର ପତ୍ତନରୁ ୧.୫ କିମିରୁ ୨.୧ କିମି ବାୟୁମଣ୍ଡଳର ଉଚ୍ଚତାରେ ସକ୍ରିୟ ରହିଛି। ଏହାର
ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ, ନୂଆପଡା, ମୟୂରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ଗଜପତି ଏବଂ ଗଞ୍ଜାମ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ରାଜ୍ୟକୁ ମୌସୁମୀ ବାୟୁ ଜୁନ ୧୦ ପୂର୍ବରୁ ଛୁଇଁବାର ସମ୍ଭାବନା କମ୍‌। ହୁଏତ କିଛି ଦିନ ବିଳମ୍ବ ହୋଇପାରେ। ଯଦି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୁଏ, ତେବେ ମୌସୁମୀ ଶୀଘ୍ର ଆସିପାରେ; କିନ୍ତୁ ୧୦ଦିନ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସଙ୍କେତ ମିଳୁନାହିଁ। କେରଳରେ ମୌସୁମି ପହଞ୍ଚିବା ପରେ ସ୍ପଷ୍ଟ ଆକଳନ କରାଯାଇ ପାରିବ। ଗତ କିଛିଦିନ ହେଲା କେରଳରେ ସ୍ବଳ୍ପ ଧରଣ ବର୍ଷା ହୋଇଛି। ଆକଳନ କରାଯାଉଛି ଜୁନ ୩ ଓ ୪ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ଛୁଇଁପାରେ। ଭୁବନେଶ୍ବରରେ ତାପମାତ୍ରା ବଢି ୪୪ ଡିଗ୍ରୀ ପାଖାପାଖି ପହଞ୍ଚି ଯାଇପାରେ। ଜୁନ ପହିଲାରୁ ସାରା ରାଜ୍ୟରେ ତାତି ବଢି ମୌସୁମୀ ଆସିବା ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବା ସମ୍ଭାବନା ରହିଛି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories