ଶନିବାର ରାଶିଫଳ (୨୮/୦୫/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated May 28, 2022 Share ମେଷ : ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଦାମ୍ପତ୍ୟ ସୁଖ ମିଳିବ। ସୁସ୍ଥ ଓ ନିରାମୟ ରହିବେ। ବୃଷ : କର୍ମଚଞ୍ଚଳ ରହିବେ। ଏକାନ୍ତରେ ସାଧନାରତ ହୋଇପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ଅଂଶୁଘାତ ପ୍ରତି ସତର୍କ ରହିବାକୁ ପଡ଼ିବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ମିଥୁନ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଆର୍ଥିକ ଅନୁଦାନ ପ୍ରାପ୍ତ ହେବେ। କର୍କଟ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ। ସିଂହ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜବୀନ ସୁଖପ୍ରଦ ହେବ। କନ୍ୟା : ପ୍ରତିହିଂସା ପରାୟଣ ହୋଇପାରନ୍ତି। ସବୁ ଭାବନାକୁ ପଛରେ ପକାଇ ଆତ୍ମସଂଳାପୀ ହେବେ। ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ। ସାମାନ୍ୟ ଅସୁସ୍ଥ ଥାଇ ବି କର୍ମଚଞ୍ଚଳ ରହିବେ। ଯାନବାହନରେ ସତର୍କ ରହିବେ। Related Posts କେନ୍ଦ୍ର କର୍ମଚାରୀଙ୍କୁ ୨୫ ଲକ୍ଷ ଟଙ୍କା… Jan 16, 2025 ବ୍ୟାପୁଛି ମାର୍ବର୍ଗ ଭୂତାଣୁ: ସଂକ୍ରମିତଙ୍କ… Jan 16, 2025 ତୁଳା : ବନ୍ଧୁମିଳନ ଶୁଭଦାୟକ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡ଼ିବ। ବିଛା : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁରତାର ସହ ଶତ୍ରୁ ଦମନ କରିବେ। ଚାକିରିରୁ ସୁନାମ ମିଳିବ। ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସ୍ତରରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ବିବେକୀ ହେବେ। ମକର : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। କୁମ୍ଭ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ। ଭଉଣୀଙ୍କଠାରୁ ସାହାଯ୍ୟ ପାଇପାରନ୍ତି। ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ରଙ୍କଠାରୁ ସହାୟତା ମିଳିବ। ଦାମ୍ପତ୍ୟ ସୁଖ ମିଳିବ। Share FacebookTwitterWhatsApp
Comments are closed.