ସାପ୍ତାହିକ ରାଶିଫଳ (୨୯ ମଇରୁ ୪ ଜୁନ୍ ୨୦୨୨)
ମେଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଲାଭବାନ୍ ହେବେ। ବୁଧବାର ଓ ଗୁରୁବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶୁକ୍ରବାର ଓ ଶନିବାର ଯାନବାହନଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ : ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଚୋରି ହୋଇପାରେ। ଗୁରୁବାର ଓ ଶୁକ୍ରବାର ପ୍ରଗତିଶୀଳ ହେବେ। ଶନିବାର ଉନ୍ନତି ପରିଲକ୍ଷିତ ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ : ରବିବାର ଓ ସୋମବାର ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାର ଓ ବୁଧବାର କର୍ମତତ୍ପର ହେବେ। ଗୁରୁବାର ଓ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଶନିବାର ସାମାଜିକ ପ୍ରତିଷ୍ଠା ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ସ୍ତୋତ୍ର ପାଠ କରନ୍ତୁ।
କର୍କଟ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ମଧ୍ୟମଫଳ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିରୁ ଲାଭବାନ୍ ହେବେ। ଶୁକ୍ରବାର ଓ ଶନିବାର ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ : ରବିବାର ଓ ସୋମବାର ଆହତ ହୋଇପାରନ୍ତି। ମଙ୍ଗଳବାର ଓ ବୁଧବାର ଯତ୍ନଶୀଳ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ୍ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା : ରବିବାର ଓ ସୋମବାର ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମଙ୍ଗଳବାର ଓ ବୁଧବାର ଭାବିଚିନ୍ତି କାର୍ଯ୍ୟ କରିବେ। ଗୁରୁବାର ଓ ଶୁକ୍ରବାର ଋଣଗ୍ରସ୍ତ ହେବେ। ଶନିବାର ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବିଷ୍ଣୁ ସହସ୍ରନାମ ପାଠ କରନ୍ତୁ।
Related Posts
Comments are closed.