www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ଆଉ ୬ ପଜିଟିଭ୍‌ ଚିହ୍ନଟ; ସୁସ୍ଥ ହେଲେ ୮ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଧୀରେଧୀରେ କମୁଛି କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୪ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜିଲ୍ଲା କରୋନା ମୁକ୍ତ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୪ ଓ ସ୍ଥାନୀୟ ସଂକ୍ରମିତ ୨ଜଣ ରହିଛନ୍ତି । ଚିହ୍ନଟ ୬ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର କୌଣସି ଆକ୍ରାନ୍ତ ନଥିବା କୁହାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼, ସମ୍ବଲପୁର, କଟକ ଓ ଷ୍ଟେଟପୁଲରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ରାଜ୍ୟରେ ଆଉ ୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବୃଦ୍ଧି ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ୭୪ଜଣ ରହିଛନ୍ତି ।

 

- Advertisement -

 

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories