www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୨,୭୦୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ବି ଅଢ଼େଇ ହଜାର ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଦେଶରେ ଆଜି କରୋନା ସଂକ୍ରମଣ ସ୍ୱଳ୍ପ ପରିମାଣରେ ହ୍ରାସ ପାଇଥିଲେ ମଧ୍ୟ ଗତ ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୨ହଜାର ୭୦୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୬୯୮କୁ ବୃଦ୍ଧି ପାଇଛି । ସେହିପରି କରୋନାରେ ଗୋଟିଏ ଦିନରେ ଆଉ ୨୫ଜଣ ଆକ୍ରନ୍ତଙ୍କ ଜୀବନ ଯାଇଥିବା ସୂଚନା ଦିଆଯାଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ମୋଟ୍‌ ୫,୨୪,୬୧୧ଜଣଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ତୁଳନାରେ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଇଛି ।  ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୬,୧୩,୪୪୦ଜଣ ସୁସ୍ଥ ହୋଇଛନ୍ତି । କରୋନାକୁ ମାତ୍‌ ଦେବାକୁ ଏବେ ବି ଦେଶରେ ଟିକାକରଣ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୧୯୩.୩୧ କୋଟିରୁ ଊର୍ଦ୍ଧ୍ଵ କରୋନା ଟିକା ଲୋକଙ୍କୁ ଦିଆସରିଲାଣି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories