www.samajalive.in
Wednesday, December 10, 2025
14.1 C
Bhubaneswar

ଯୋଡ଼ାବନ୍ଧଠାରେ ବିଜେପିର ସମ୍ବର୍ଦ୍ଧନା ଓ ସମୀକ୍ଷା ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼: ବିଜେପି ପକ୍ଷରୁ ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ଗ୍ରାମପଞ୍ଚାୟତ ଯୋଡା଼ବନ୍ଧଠାରେ ସମ୍ବର୍ଦ୍ଧନା ଓ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ନୂତନ ଭାବେ ମନୋନୀତ ଦୁଇଜଣ ସାଂସଦ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ ସହିତ ଏକ ଦଳୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି, ଉପସଭାପତି ପ୍ରଶାନ୍ତ ସାହୁ, ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚାର ସଂପାଦକ ତୋଫାନ ସୁନାନୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ଚନ୍ଦ୍ର ମାଝୀ, ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ, ସମିତିସଦସ୍ୟା ଭାନୁମତୀ ଘଡେଇ, ଜିଲ୍ଲା ପରିଷଦ ସଦସ୍ୟ ପ୍ରାର୍ଥୀ ରୂପେଲୀ ମାଝୀ, ସୁରେନ୍ଦ୍ର ବେନାଲ, ପୂର୍ବତନ ବ୍ଲକ ସଭାପତି ଅନନ୍ତରାମ ପ୍ରଧାନୀ, ଶୁକ୍ରୁ ମାଝୀ, ଉପସଭାପତି ମିଲନ ମହାପାତ୍ର, ଜ୍ୟୋତିରଞ୍ଜନ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ସାଂସଦ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ ଓ ରୋଗୀ କଲ୍ୟାଣ ସମିତି ସାଂସଦ ପ୍ରତିନିଧି ମଧୁସୂଦନ ବାଗଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହାପରେ ଦଳର ଜିଲ୍ଲାସ୍ତରୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories