www.samajalive.in
Friday, December 5, 2025
20.1 C
Bhubaneswar

ବିଜେପିରେ ଯୋଗଦେବେ ପୂର୍ବତନ କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିରେ ଯୋଗଦେବେ ପୂର୍ବତନ କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ । ଜୁନ୍‌-୨ ତାରିଖରେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ନେଇ ସୂଚନା ମିଳିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବିଜେପି ହାର୍ଦ୍ଦିକଙ୍କୁ ଗାନ୍ଧିନଗର କାର୍ଯ୍ୟାଳୟରେ ସ୍ୱାଗତ କରିବବୋଲି ଚର୍ଚ୍ଚା ହେଉଛି ।

ସୂଚନାଥାଉ କି ଗତକିଛି ସପ୍ତାହ ହେବ ହାର୍ଦ୍ଦିକ ପଟେଲ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଇସ୍ତଫା ପତ୍ର ଦଳର ମୁଖ୍ୟ ସୋନିଆ ଗାନ୍ଧିଙ୍କ ନିକଟକୁ ପଠାଇବା ସହ ପରେ କଂଗ୍ରେସର କାର୍ଯ୍ୟରତ ସଭାପତି ଓ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଇସ୍ତଫା ପତ୍ରରେ ସେ ସୋନିଆଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ କଥା ମଧ୍ୟ ପଚାରି ଥିବା ଜଣାପଡ଼ିଥିଲା । ପରେ ପରେ ବିଜେପିରେ ସେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ହେଲେ ବର୍ତ୍ତମାନ ହାର୍ଦ୍ଦିକ ସମସ୍ତ ଆଶା ଆଶଙ୍କାକୁ ଦୂରକରି ବିଜେପିରେ ସାମିଲ ହେବାକୁ ଯାଉଛନ୍ତି ।

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories