www.samajalive.in
Wednesday, December 10, 2025
16.1 C
Bhubaneswar

ବେଦାନ୍ତ ଲିମିଟେଡ ପକ୍ଷରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ

ଲାଞ୍ଜିଗଡ଼ : ଲାଞ୍ଜିଗଡ଼ ସ୍ଥିତ ବେଦାନ୍ତ ଲିମିଟେଡ ସିଏସ୍ଆର୍ ବିଭାଗ ତଥା ବେଦାନ୍ତ ହସ୍ପିଟାଲ ପକ୍ଷରୁ ଆଜି ଚମ୍ପାଦେଇପୁରଠାରେ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ କଳାହାଣ୍ଡି ଲୋକସଭା ସାଂସଦଙ୍କ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ, ବେଦାନ୍ତ ସିଏସ୍ଆର୍ ବିଭାଗ ମୁଖ୍ୟ ଦିଲିପ ପ୍ରଜାପତି, ଲାଞ୍ଜିଗଡ଼ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକ, ଜିଲ୍ଲା ପରିଷଦ ସଦସ୍ୟ ପରିକ୍ଷିତ ନାଏକ, ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ, ବେଦାନ୍ତ ଲିମିଟେଡ ମୁଖ୍ୟ ଚିକିତ୍ସାଧିକାରୀ ଡା. ଅକ୍ଷୟ କୁମାର ସାହୁ, ବେଦାନ୍ତ ହସ୍ପିଟାଲର ମେଡିକାଲ ଅଫିସର ଜୟଶ୍ରୀ କେତନ ମହାପାତ୍ର, ଡା. ପ୍ରଶାନ୍ତ ପରମାଣିକ, ବିଶ୍ବନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ଶିବବ୍ରତ ସାହୁ ପ୍ରମୁଖ ଯୋଗଦେଇଥିଲେ  । ଏଇ ଅବସରରେ ବେଦାନ୍ତ ହସ୍ପିଟାଲର ପରିଚାଳକ ଅମର କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଚମ୍ପାଦେଇପୁର ପଞ୍ଚାୟତ ଅଞ୍ଚଳର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, ବହୁ ସଂଖ୍ୟାରେ ଯୁବକଯୁବତୀ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବେଦାନ୍ତ ହସ୍ପିଟାଲର ଅଶୋକ ଖୁରାଙ୍କ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ  ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories