www.samajalive.in
Sunday, December 14, 2025
26.1 C
Bhubaneswar

ନିଜ ଅଞ୍ଚଳର ବିକାଶ ଦ୍ରୁତ ଭାବରେ କରି ନିଜର ପରିଚୟ ସୃଷ୍ଟି କରନ୍ତୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି , ଯେ ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଛନ୍ତି । ଏହାଦ୍ବାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ବପ୍ନ ସାକାର ହୋଇଛି । ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ବ ବିଷୟରେ ଆପଣମାନେ ଭଲ ଭାବରେ ଜାଣନ୍ତି । ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଞ୍ଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ ସେମାନଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ବୋଲି କହି ଲୋକଙ୍କ ସୁଖଦୁଃଖରେ ସାମିଲ ହେବାକୁ ,ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି ।
୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟାଇମ, ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତା ଓ ରୂପାନ୍ତର। ୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରନ୍ତୁ , ଏହାଦ୍ବାରା ଆପଣଙ୍କ ଗାଁ, ଆପଣଙ୍କ ପଞ୍ଚାୟତର ପରିବର୍ତ୍ତନ, ଅନ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିବ ।ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି, ଭରସା ରଖିଛନ୍ତି ବୋଲି ମତବ୍ୟକ୍ତ କରି ଲୋକଙ୍କୁ କେବେ ନିରାଶ ହେବାକୁ ଦେବା ନାହିଁ । ସେମାନଙ୍କ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ବ ଭାବି ସେବା କଲେ ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିବେ, ନିଜ କାମ ଦ୍ବାରା ନିଜ ନିଜ ଅଞ୍ଚଳରେ ବିକାଶର ଦୂତ ଭାବରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଛନ୍ତି ।
କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଯୋଗ ଦେଇ ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ସଂପର୍କରେ ଆଲୋକପାତ କରି ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି,  ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି । ଏହାଦ୍ବାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ। ପଞ୍ଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରି ଲୋକଙ୍କ ଅଭିଯୋଗ ଗୁଡିକୁ ପଞ୍ଚାୟତ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି ।
କୃଷି ଓ କୃଷକ ସଶକ୍ତକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଛନ୍ତି ,ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଞ୍ଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ ।
ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି , ମୁଖ୍ୟମନ୍ତ୍ରୀ ସମାଜସେବା କରିବା ପାଇଁ ମହିଳା ମାନଙ୍କୁ ସୁଯୋଗ ଦେଇଛନ୍ତି। ଓଡିଶାରେ ମହିଳାମାନେ ସଶକ୍ତ ହୋଇପାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି ।କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସ୍ବାଗତ ଭାଷଣ ଦେଇ କହିଛନ୍ତି ,ପଞ୍ଚାୟତ ଅନୁଷ୍ଠାନ ଗୁଡିକୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରାଯାଇଛି। ବିକାଶ ପାଇଁ ଅନେକ ଅର୍ଥ ଦିଆଯାଉଛି। ଏହାର ସୁବିନିଯୋଗରେ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ବହୁତ ଗୁରୁତ୍ବପୂର୍ଣ୍ଣ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ ଯେ ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଞ୍ଚାୟତ ପ୍ରତିନିଧି ଯୋଗ ଦେଇଛନ୍ତି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories