www.samajalive.in
Saturday, December 13, 2025
26.1 C
Bhubaneswar

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ; ଜଣେ ଆତଙ୍କବାଦୀ ନିହତ

ଜାମ୍ମୁ-କାଶ୍ମୀର: ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଅନନ୍ତନାଗରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ମାନେ ବିଶେଷ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷାକର୍ମୀ ମାନେ ଘଟଣାସ୍ଥଳରେ ପହଞ୍ଚିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।

ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ମାନେ ଗୁଳି ଚଳାଇଥିଲେ । ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ସୁରକ୍ଷାକର୍ମୀ ମାନେ ସେମାନଙ୍କ ଉପରେ ଗୁଳି ଚାଳନା କରିଥିଲେ ।  ଫଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଘଟଣାସ୍ଥଳରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ମୃତ ଆତଙ୍କବାଦୀ ନିକଟରୁ ଗୋଟିଏ ଏକେ ୪୭ ବନ୍ଧୁକ ଜବତ ହୋଇଛି । ଅନ୍ୟପଟେ ଆତଙ୍କବାଦୀଙ୍କ ଗୁଳିରେ ୩ଜଣ ଯବାନ ଆହତ ହୋଇଛନ୍ତି ।  ଗତକାଲି ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ବେଳେ ଘଟଣାସ୍ଥଳ​‌ରେ ଏବେ ବି ଯବାନ ମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories