www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ଆଉ ୩,୬୯୭ ପଜିଟିଭ୍ ଚିହ୍ନଟ, ୨୬ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ଟପିଛି । ଦେଶରେ ମୋଟ୍‌ ୨୨,୪୧୬ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୩ହଜାର ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୨ହଜାର ୬୯୭ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ।

ଗତ ୨୪ ଘଣ୍ଟାରେ ଦେଶରେ କରୋନା ଯୋଗୁ ଆଉ ୨୪ଜଣଙ୍କ ମୃତ୍ୟୁ ହୋଇଛି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୬୭୭ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୨୫,୪୫୪ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୩.୯୬ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories