www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୬ଜିଲ୍ଲା ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଷ୍ଟେଟପୁଲରୁ ଆଜିର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ା, କଟକ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ରାଜ୍ୟରେ ଆଉ ୧୩ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ୭୯ଜଣ ରହିଛନ୍ତି ।

Hot this week

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

Related Articles

Popular Categories