www.samajalive.in
Sunday, December 7, 2025
26.1 C
Bhubaneswar

ଅଟୋକୁ ଧକ୍କା ଦେଲା ଟ୍ୟାଙ୍କର; ଜଣେ ମୃତ, ୫ ଗୁରୁତର

ବୌଦ୍ଧ: ୫୭ ନଂ ଏନ୍‌ ବାଇପାସ୍‌ ନିକଟସ୍ଥ ଜଗଦୀଶପୁର ଛକନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଅଟୋକୁ ଟ୍ୟାଙ୍କର ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଶ ଗୁରୁତର ହୋଇଛନ୍ତି ।  ସମସ୍ତ ୫ଜଣ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ଜଣକ ଅଟୋ ଚାଳକ ହୋଇଥିବା ଜଣାପଡ଼ିଛି ।  ସୂଚନା ମୁତାବକ ଏକ ଯାତ୍ରୀବାହୀ ଅଟୋ ୫ଜଣ ଯାତ୍ରୀଙ୍କୁ ନେଇ କୌଣସି ଏକ ସ୍ଥାନକୁ ଯାଉଥିଲା । ଯିବା ସମୟରେ ଜଗଦୀଶପୁର ଛକନିକଟରେ ଅଟୋଟିକୁ ଏକ ଟ୍ୟାଙ୍କର ଧକ୍କା ଦେଇଥିଲା । ଟକ୍କା ଦେବା ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ହେବା ସହ ୫ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ଘଟାଇବା ପରେ ଦୁର୍ଘଟଣାସ୍ଥଳରୁ ଟ୍ୟାଙ୍କର ସହ ଚାଳକ ଚମ୍ପଟ ମାରିଛି । ଏନେଇ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି । ସ୍ତାନୀୟ ଲୋକେ ରାସ୍ତାରୋକ କରିଛନ୍ତି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories