www.samajalive.in
Thursday, December 11, 2025
18.1 C
Bhubaneswar

ରାଜଧାନୀରେ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ଗୋଷ୍ଠୀ ସଂଘର୍ଷ, ମହିଳାଙ୍କ ସମେତ ୩ ଗୁରୁତର। କ୍ୟାପିଟାଲ ଥାନା କଳ୍ପନା ଛକ ନିକଟ ଫାଳିକିଆ ବସ୍ତିରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ପୂର୍ବ ଶତ୍ରୁତାରୁ ଫାଳିକିଆ ବସ୍ତି ଓ ଗୌତମ ନଗର ବସ୍ତି ମଧ୍ୟରେ ଗଣ୍ଡଗୋଳ ଘଟିଛି। ଦୁଇଗୋଷ୍ଠୀ ମଧ୍ୟରେ ପ୍ରଥମେ କଥା କଟାକଟି ହୋଇଥିଲା। ପରବର୍ତ୍ତୀ ସମୟରେ ଏହା ଗଣ୍ଡଗୋଳ ଓ ଗୋଷ୍ଠୀ ସଂଘର୍ଷରେ ରୂପାନ୍ତରିତ ହୋଇଥିଲା। ଗଣ୍ଡଗୋଳବେଳେ ଉଭୟ ଗୋଷ୍ଠୀ ଖଣ୍ଡା, ଭୁଜାଲି ଓ ମାରଣାସ୍ତ୍ରରେ ପରସ୍ପରକୁ ଆକ୍ରମଣ କରିଥିଲେ। ଏଥିରେ ୩ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତରଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଘଟଣକୁ ଏଡାଇବା ପାଇଁ ବସ୍ତିରେ ୧ ପ୍ଲାଟୁନ ପୁଲିସ ମୁତୟନ ହୋଇଥିବା ସୂଚନା ମିଳିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories