ନବୀନଙ୍କ ମହିଳାଙ୍କୁ ଗୁରୁତ୍ବ : ମନ୍ତ୍ରିମଣ୍ଡଳରେ ୫ ମହିଳା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ ରବିବାର ଶପଥ ଗ୍ରହଣ କରିଛନ୍ତି । ତେବେ ଏହି ନୂଆ ମନ୍ତ୍ରିମଣ୍ଡଳରେ ମହିଳାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନର କନଭେନସନ୍ ହଲରେ ଆୟୋଜିତ ଭବ୍ୟ ସମାରୋହରେ ୨୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ମୋଟ ୨୧ଜଣ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଏଥିରେ ୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ନୂଆ ମନ୍ତ୍ରିମଣ୍ଡଳରେ ୫ ଜଣ ମହିଳାଙ୍କୁ ମନ୍ତ୍ରୀ ପଦ ମିଳିଛି । ଏମାନଙ୍କ ଭିତରୁ ୩ ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି।
ପ୍ରମିଳା ମଲ୍ଲିକ, ଉଷା ଦେବୀ ଓ ଟୁକୁନି ସାହୁଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପଦ ମିଳିଛି । ସେହିପରି ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି । ବିଭାଗ ବଣ୍ଟନ ପରେ ପ୍ରମିଳା ମଲ୍ଲିକଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗ ମିଳିଛି। ଉଷା ଦେବୀଙ୍କୁ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ଓ ଟୁକୁନି ସାହୁଙ୍କୁ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ବିଭାଗ ମିଳିଛି। ସେହିପରି ରୀତା ସାହୁଙ୍କୁ ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ବାସନ୍ତି ହେମ୍ୱ୍ରମଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ ଦାୟିତ୍ବ ଦିଆଯାଇଛି।

kalyan agarbati

Comments are closed.